ରିପୋର୍ଟ କାର୍ଡ / ଭୁବନେଶ୍ୱର
ପିଟିଲି ଉପନିର୍ବାଚନ ପାଇଁ ପୁଣି ତାରିଖ ଘୋଷଣା କରାଯାଇଛି | କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ପିପିଲି ଉପ ନିର୍ବାଚନ ପାଇଁ ନିର୍ବାଚନ ଅଧିକାରୀ ସାନି ତାରିଖ ଘୋଷଣା କରିଛନ୍ତି। ମେ ୧୩ରେ ହେବ ପିପିଲି ଉପ ନିର୍ବାଚନ। ଭୋଟ୍ ଗଣତି ମେ ୧୬ରେ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଏପ୍ରିଲ ୧୯ରେ ବିଜ୍ଞପ୍ତି ପ୍ରକାଶ ପାଇବା ସହ ମନୋନୟନ ପତ୍ର ଦାଖଲ ଆରମ୍ଭ ହେବ। ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ତାରିଖ ଏପ୍ରିଲ ୨୬ ରଖାଯାଇଛି। ଏପ୍ରିଲ ୨୭ର ପ୍ରାର୍ଥୀ ପତ୍ର ଯାଞ୍ଚ ଏବଂ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ ୨୯ ନିର୍ଦ୍ଧାରିତ କରାଯାଇଛି। ମେ ୧୩ରେ ମତଦାନ ଏବଂ ମେ ୧୬ରେ ଭୋଟ୍ ଗଣତି ହେବ ବୋଲି ସିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶ।
More Stories
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….
ଅତିପ୍ରବଳ ବର୍ଷା ସମ୍ଭାବନା,୪ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ……
ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ……