ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏପ୍ରିଲ ୧୭ ତାରିଖରେ ହେବ ପିପିଲି ଉପନିର୍ବାଚନ ହେବାକୁ ଥିବା ବେଳେ ବିଜେଡି ପ୍ରାର୍ଥୀ ଘୋଷଣା କରିଛି | ପିପିଲି ଉପ-ନିର୍ବାଚନ ପାଇଁ ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀଙ୍କୁ ଟିକେଟ୍ ଦେଇଛି ବିଜୁ ଜନତା ଦଳ । ରୁଦ୍ର ପ୍ରତାପ ମହାରଥୀଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଆସନ୍ତାମାସ ଅର୍ଥାତ୍ ଏପ୍ରିଲ ୧୭ ତାରିଖରେ ହେବ ପିପିଲି ଉପନିର୍ବାଚନ। ମେ ମାସ ୨ ତାରିଖରେ ଭୋଟ ଗଣତି ସହ ଫଳ ପ୍ରକାଶ ପାଇବ ବୋଲି ଜଣାଯାଇଛି। ପିପିଲି ଉପନିର୍ବାଚନ ଲାଗି ମଧ୍ୟ ବିଜେପି ପ୍ରାର୍ଥୀ ଘୋଷଣା କରିଛି। ଆଶ୍ରିତ ପଟ୍ଟନାୟକଙ୍କୁ ପିପିଲି ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ। ୨୦୧୯ ନିର୍ବାଚନରେ ମଧ୍ୟ ବିଜେପି ଆଶ୍ରିତଙ୍କୁ ପ୍ରାର୍ଥୀ କରିଥିଲା। ସେ ୭୨,୭୩୧ ଖଣ୍ଡ ଭୋଟ ପାଇଥିଲେ। ସେତେବେଳେ ବିଜେଡି ପ୍ରାର୍ଥୀ ପ୍ରଦୀପ ମହାରଥୀ ୮୮,୫୧୮ ଖଣ୍ଡ ଭୋଟ୍ ପାଇ ବିଜୟୀ ହୋଇଥିଲେ।ବିଜେଡି ଓ ବିଜେପି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ କଂଗ୍ରେସ କେବେ ପ୍ରାର୍ଥୀ ଘୋଷଣା କରିବା ତାହା ଉପରେ ସମସ୍ତଙ୍କ ନଜର ରହିଛି।
More Stories
୧୦ ଦ୍ଵୀପରେ ଉଡ଼ିବ ତ୍ରିରଙ୍ଗା…..
ସାଧାରଣତନ୍ତ୍ର ଦିବସ ପାଇଁ ଗାନ୍ଧୀମାର୍ଗରେ ଫୁଲ ଡ୍ରେସ୍ ରିହରସାଲ୍…..
କମିବାର ନାଁ ନେଉନାହିଁ ଝାଡାବାନ୍ତି : ୮୮ ଆକ୍ରାନ୍ତ…..