ରିପୋର୍ଟ କାର୍ଡ / ପିପିଲି
ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ ହେବାକୁ ଥିବା ବେଳେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସେପ୍ଟେମ୍ବର ୪ରୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ସମସ୍ତ ରାଜନୈତିକ ଦଳ, ନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ସମଗ୍ର ପୁରୀ ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି ବୋଲି ନିର୍ବାଚନ ଆୟୋଗ ବିଜ୍ଞପ୍ତି ଜାରି କରିଛନ୍ତି। ଏହା ଅନୁଯାୟୀ, ସେପ୍ଟେମ୍ବର ୩୦ତାରିଖ ଭୋଟ୍ ଗ୍ରହଣ କରାଯିବ। ଅକ୍ଟୋବର ୩ରେ ସକାଳ ୭ଟାରୁ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଭୋଟ୍ ଗଣତି ହେବ। ୫ତାରିଖରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବ। ଉପନିର୍ବାଚନରେ କୋଭିଡ-୧୯ର ବିସ୍ତୃତ ନିର୍ଦ୍ଦେଶାବଳୀକୁ ସବୁ ସ୍ତରରେ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଜାରି କରିଛନ୍ତି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..