ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପି ନେତା ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟାକାଣ୍ଡର ୧୦ଦିନ ବିତିଲାଣି । ତଥାପି ମୁଖ୍ୟ ଅଭିଯୁକ୍ତଙ୍କୁ ଧରିପାରିନି ପୁଲିସ । ଏହି ଘଟଣାରେ ତଦନ୍ତ ଜୋରଦାର କରୁଥିବା ବ୍ରହ୍ମପୁର ପୁଲିସ ବିହାରରୁ ଦୁଇ ଜଣଙ୍କୁ ଉଠାଇ ଆଣିଛି । କୁହାଯାଉଛି ଯେ ଏହି ଦୁଇ ଜଣଙ୍କ ମଧ୍ୟରୁ ଜଣେ ସାର୍ପ ସୁଟର ହୋଇଥିବା ବେଳେ ଅନ୍ୟ ଜଣେ ରେକି ଟିମରେ ସାମିଲ ଥିବା ସୂଚନା ମିଳିଛି ।ଏହି ଘଟଣାରେ ପୀତବାସଙ୍କ ଘନିଷ୍ଠ ସହଯୋଗୀ ଓ ଜଣେ ବ୍ୟବସାୟୀଙ୍କୁ ମଧ୍ୟ ଜେରା କରିଛି ପୁଲିସ । ପୀତବାସଙ୍କ ଘର ପାଖରେ ଓ ସହର ଭିତରେ ଥିବା ସିସିଟିଭିରୁ ପୁଲିସକୁ କିଛି ସୁରାକ ମିଳିଥିବା କୁହାଯାଉଛି । ବିହାରରୁ ବନ୍ଧୁକ ଆଣି ପୀତବାସଙ୍କୁ ହତ୍ୟା କରାଯାଇଥିବା ଚର୍ଚ୍ଚା ହେଉଛି ।





More Stories
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..
ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ…..
ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ…..