ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏପ୍ରିଲ ୨୮ରୁ ଯୁକ୍ତ ୨ ବୋର୍ଡ ପରୀକ୍ଷା ଆରମ୍ଭ ହେବ । ୨୮ରୁ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ହେବ । ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ପରୀକ୍ଷା ଦେବେ । ଖରାକୁ ଦେଖି ଦୈନିକ ଗୋଟିଟ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରାଯିବ । ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥାରେ କୋହଳ କରାଯାଇଛି । ନିଜ ଶିକ୍ଷକମାନଙ୍କ ଦ୍ୱାରା ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା କରାଯିବ । ଛାତ୍ରଛାତୀଙ୍କ ପରୀକ୍ଷା ମୂଲ୍ୟାଙ୍କନ ନେଇ ଦୁଇଟି ସ୍କିମ୍ କରାଯାଇଛି । ପ୍ରଥମ- ବାର୍ଷିକ ପରୀକ୍ଷାରେ ହୋଇଥିବା ପ୍ରଦର୍ଶନ ଭିତ୍ତିରେ ମାର୍କ ମିଳିବ । ଦ୍ୱିତୀୟ- ବାର୍ଷିକ ପରୀକ୍ଷାରେ ୮୦% ଓ କ୍ୱାଟର ଏଣ୍ଡର ୨୦% ଅନୁସାରେ ମାର୍କ ମିଳିବ । ଦୁଇଟି ବ୍ୟବସ୍ଥାରୁ ଯେଉଁଟିରେ ଛାତ୍ରଛାତ୍ରୀଙ୍କର ସର୍ବାଧିକ ପ୍ରତିଶତ ରହିବ, ସେଇଟି ଚୂଡ଼ାନ୍ତ ହେବ ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..