ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜିଠାରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେଉଛି। ଆସନ୍ତା ମାର୍ଚ୍ଚ ୨୦ ତାରିଖ ଯାଏଁ ପରୀକ୍ଷା ଚାଲିବ । ଚଳିତବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିଭଳି ଧନ୍ଦାମୂଳକରେ ୫ହଜାର ୭୯୨ଜଣ ପରୀକ୍ଷା ଦେଉଛନ୍ତି। ସୋସିଆଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ବାସ ନକରିବାକୁ ପରାମର୍ଶ ଦିଆଯାଇଛି। ପରୀକ୍ଷା କେନ୍ଦ୍ରରେ ସିସି ଟିଭିକୁ ଗୁରୁତ୍ବ ଦିଆଯାଇଛି। ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ୍ ସ୍କ୍ରିନିଂ ବ୍ୟବସ୍ଥା ହୋଇଛି। ପରୀକ୍ଷା ଲାଗି ଭିନ୍ନକ୍ଷମ ମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ ।






More Stories
ରୁପା ଆମଦାନୀ ଉପରେ କଟକଣା……
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ବଢ଼ିଲା ବସ ଭଡା…..