ରିପୋର୍ଟ କାର୍ଡ / ଭୁବନେଶ୍ୱର
ଖୁବଶୀଘ୍ର ଯୁକ୍ତ ୨ ବିଜ୍ଞାନ ପିଲାଙ୍କ ପରୀକ୍ଷା ସୂଚୀ ବଦଳାଇବା ନେଇ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି । ସୂଚନା ମୁତାବକ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଇବାକୁ ଗଣଶିକ୍ଷା ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି । ସିଏଚଏସଇକୁ ଏନେଇ ନିର୍ଦ୍ଦେଶ ଦେବା ସହ ନିର୍ଦ୍ଧାରିତ ପରୀକ୍ଷା ସୂଚୀରେ ଅଳ୍ପ ବ୍ୟବଧାନ ଥିବାରୁ ଏହାକୁ ପରିବର୍ତ୍ତନ କରାଇବାକୁ କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ତାହା ସହ ମନ୍ତ୍ରୀ ଦ୍ବାଦଶ ବୋର୍ଡ ପରୀକ୍ଷା ପ୍ରସ୍ତୁତି ନେଇ ମଧ୍ୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ୧,୫୮୬ଟି କଲେଜର ପିଲା ଚଳିତ ଥର ଦ୍ବାଦଶ ବୋର୍ଡ ପରୀକ୍ଷା ଦେବେ । ୧୧୪୮ଟି ପରୀକ୍ଷା କେନ୍ଦ୍ରରେ ହେବ +୨ ପରୀକ୍ଷା । ଏଥି ପାଇଁ ସମସ୍ତ ପ୍ରସ୍ତୁତି କରାଯାଉଛି । ସୁରୁଖୁରୁରେ ପିଲାଙ୍କ ପରୀକ୍ଷା କରାଇବାକୁ ସମସ୍ତ ଦିଗ ପ୍ରତି ଧ୍ୟାନ ରହିଛି । ସବୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ସିସିଟିଭି ଲାଗିବ ବୋଲି ମନ୍ତ୍ରୀ ସମୀର ଦାସ କହିଛନ୍ତି






More Stories
ବିରୋଧୀଙ୍କ ମୌନ ପ୍ରତିବାଦ……
ବରଗଡ ଧନୁଯାତ୍ରା ପାଇଁ ୧ କୋଟି…..
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..