Report Card Odisha

| Daily Odia News

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଅଫ୍‌ଲାଇନ୍ ପରୀକ୍ଷା ଫଳ…..

ରିପୋର କାର୍ଡ଼ / ଭୁବନେଶ୍ୱର

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଅଫ୍‌ଲାଇନ୍ ପରୀକ୍ଷା ଫଳ। ସଂଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍ଇ) ପକ୍ଷରୁ ସୂଚନା ଦିଆଯାଇଛି। ସିଏଚ୍‌ଏସ୍ଇର ଅନୁସାରେ, www.orissaresults.nic.in ୱେବସାଇଟରେ ରେଜଲ୍ଟ ପ୍ରକାଶ ପାଇବ। ଯୁକ୍ତ ଦୁଇ ଅଫ୍‌ଲାଇନ୍ ପରୀକ୍ଷା ଅକ୍ଟୋବର ୧ରୁ ଆରମ୍ଭ ହୋଇ ୧୧ ତାରିଖରେ ସରିଥିଲା। ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ।୧୩,୦୪୩ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଆବେଦନ କରିଥିଲେ। ୨ଟି ଇଲେକ୍ଟିଭ୍‌ ସବ୍‌ଜେକ୍ଟ ଓ ମାତୃଭାଷାରେ ପରୀକ୍ଷା ହୋଇଥିଲା। ସୂଚନାଯୋଗ୍ୟ, ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇଥିଲା ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ। ଚଳିତବର୍ଷ ବିଜ୍ଞାନରେ ମୋଟ୍‌ ୮୯ ହଜାର ୯୫୧ ପିଲା ପାସ୍ କରିଥିବା ବେଳେ ୫୫୪୬୮ ପିଲା ପ୍ରଥମ ଶ୍ରେଣୀ, ୧୬୯୪୩ ଦ୍ୱିତୀୟ ଶ୍ରେଣୀରେ ଓ ୧୪୬୩୧ ତୃତୀୟ ଶ୍ରେଣୀରେ ପାସ୍‌ କରିଥିଲେ। ବିଜ୍ଞାନରେ ରେଗୁଲାର ପାସ୍ ହାର ୯୯.୮୮% ରହିଛି। ସେହିପରି ବାଣିଜ୍ୟରେ ୯୪.୯୬ ପ୍ରତିଶତ ପାସ୍ କରିଥିବା ବେଳେ ବାଣିଜ୍ୟ ରେଗୁଲାର ପାସ୍ ହାର ୯୯.୯୫% ରହିଛି। ବାଣିଜ୍ୟରେ ପ୍ରଥମ ଶ୍ରେଣୀରେ ପାସ୍ ୮ ହଜାର ୩୫୫ ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ପାସ୍ ୫ ହଜାର ୬୯୨ ଓ ତୃତୀୟ ଶ୍ରେଣୀରେ ପାସ୍ ୯୦୬୬ ଜଣ ପିଲା।

Breaking News