ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନା ମହାମାରୀ ଆତଙ୍କରେ ଶିକ୍ଷାନୁଷ୍ଠାନ ଗୁଡିକ ବନ୍ଦ ରହିଛି | ପିଲାମାନଙ୍କ ପାଠ ପଢାରେ ବ୍ୟାଘାତ ସୃଷ୍ଟି ହୋଇଥିଲା । ତେବେ ନିକଟରେ ଗଣଶିକ୍ଷା ମନ୍ତ୍ରୀ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପରୀକ୍ଷା ହେବ ବୋଲି ଘୋଷଣା କରିଥିଲେ । ଆଜି ଏହାର ପ୍ରତିବାଦ କରି ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍ ଚକଠାରେ ଶତାଧିକ ଯୁକ୍ତ ୨ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ଦ୍ୱାଦଶ ବୋର୍ଡ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀ ରାଜରାସ୍ତାକୁ ଓଲ୍ହାଇଛନ୍ତି । ଓଡିଶାର ବିଭିନ୍ନ କଲେଜର ଛାତ୍ରଛାତ୍ରୀ ମାନେ ଧାରଣାରେ ବସିଛନ୍ତି । ଛାତ୍ରଛାତ୍ରୀଙ୍କ କହିବା ଅନୁସାରେ ଅନଲାଇନ୍ କ୍ଲାସ ସଠିକ୍ ଭାବେ ହୋଇନାହିଁ ଓ ସିଲାବସ୍ ମଧ୍ୟ ଶେଷ ହୋଇନାହିଁ । ଏଥିପାଇଁ ପରୀକ୍ଷା ବାତିଲ କରିବାକୁ ସେମାନେ ଦାବି କରିଛନ୍ତି ।
More Stories
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….
ଅତିପ୍ରବଳ ବର୍ଷା ସମ୍ଭାବନା,୪ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ……
ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ……