ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜାନୁଆରୀ ୨ ତାରିଖରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହେବ। ହାତରେ ଆଉ କମ୍ ସମୟ ରହିଛି। ତେଣୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(CHSE) ପକ୍ଷରୁ ଆସନ୍ତା ୨୬ ତାରିଖରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପଠାଯିବ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା। ଚଳିତ ମାସ ୩୧ସୁଦ୍ଧା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକରେ ପହଞ୍ଚିବ ଏସବୁ ସାମଗ୍ରୀ। ପରୀକ୍ଷା ଅଧୀକ୍ଷକମାନେ ପ୍ରଶ୍ନପତ୍ର, ଉତ୍ତର ଖାତା ସମେତ ଅନ୍ୟାନ୍ୟ କାଗଜପତ୍ର ଗ୍ରହଣ କରିବା ସମୟରେ ତାହାକୁ ଭଲ ଭାବେ ଯାଞ୍ଚ କରିବେ। ଯଦି କୌଣସି ସ୍ଥାନରେ ପ୍ରଶ୍ନପତ୍ର କିମ୍ବା ଉତ୍ତର ଖାତାରେ ତ୍ରୁଟି ରହିଥିବ, ସଙ୍ଗେ ସଙ୍ଗେ ପରୀକ୍ଷା ନିୟନ୍ତ୍ରକଙ୍କୁ ଫୋନ୍ କରି ଜଣାଇବାକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଚିଠି ଲେଖିଛି CHSE।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……