Report Card Odisha

| Daily Odia News

ଜି-୨୦ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଥିଲେ। ଉପସ୍ଥିତ ଅତିଥିଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ଦେଶର ୨.୧ ନିୟୁତ ଡାକ୍ତର, ୩.୫ ନିୟୁତ ସେବିକା, ୧.୩ ନିୟୁତ ତାଲିମପ୍ରାପ୍ତ ସ୍ୱାସ୍ଥ୍ୟ ସେବକ ଓ ୧.୬ ନିୟୁତ ଫାର୍ମାସିଷ୍ଟ ଓ ଲକ୍ଷାଧିକ ଅନ୍ୟାନ୍ୟ ସ୍ୱାସ୍ଥ୍ୟ ଯତ୍ନ କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ପକ୍ଷରୁ ସେମାନଙ୍କୁ ସ୍ୱାଗତ ଜଣାଇ ଥିଲେ। ଜାତିର ପିତାଙ୍କୁ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଗାନ୍ଧୀଜୀ ସ୍ୱାସ୍ଥ୍ୟକୁ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବିବେଚନା କରୁଥିଲେ ଯେ ଏହାକୁ ନେଇ ସେ “କୀ ଟୁ ହେଲ୍ଥ” ନାମରେ ପୁସ୍ତକ ରଚନା କରିଥିଲେ। ସେ କହିଥିଲେ ଯେ ସୁସ୍ଥ ରହିବା ଅର୍ଥ ହେଲା ଜନତାଙ୍କର ମନ ଓ ଶରୀର ସନ୍ତୁଳିତ ଓ ଖୁସିର ସହ ରହିବା ଦରକାର । ଏହା ଅର୍ଥ ହେଉଛି ସ୍ୱାସ୍ଥ୍ୟ ହେଉଛି ଜୀବନର ଭିତ୍ତିଭୂମି। ପ୍ରଧାନମନ୍ତ୍ରୀ କହିଥିଲେ ସ୍ୱାସ୍ଥ୍ୟ ହିଁ ଅମୂଲ୍ୟ ସମ୍ପଦ ଏବଂ ଉତ୍ତମ ସ୍ୱାସ୍ଥ୍ୟ ସହ ପ୍ରତ୍ୟେକ କାର୍ଯ୍ୟ ହାସଲ କରିହେବ। କୋଭିଡ-୧୯ ଭଳି ବୈଶ୍ୱିକ ମହାମାରୀ ଆମକୁ ସବୁବେଳେ ସ୍ମରଣ କରାଇ ଦିଏ ଯେ ସ୍ୱାସ୍ଥ୍ୟ ହିଁ ଆମ ସମସ୍ତ ନିଷ୍ପତ୍ତିର ମୁଖ୍ୟ ବିଷୟ ହେବା ଆବଶ୍ୟକ । ସମୟ ମଧ୍ୟ ଆମକୁ ସଚେତନ କରି ଦେଇଛି ଯେ ସେ ଔଷଧ ହେଉ ବା ଟିକା ଯୋଗାଣ ବା ଲୋକଙ୍କୁ ଘରକୁ ଫେରାଇ ଆଣିବା ସବୁଥିରେ ଆନ୍ତର୍ଜାତିକ ସହଯୋଗର ଆବଶ୍ୟକତା ରହିଛି। ଭାରତ ସରକାରଙ୍କ ମାନବ ହିତୈଷୀ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ମୈତ୍ରୀ ଟିକା ପଦକ୍ଷେପ ଜରିଆରେ ଭାରତ ଦକ୍ଷିଣ ଗୋଲାର୍ଦ୍ଧର କେତେକ ଦେଶ ସମେତ ୧୦୦ରୁ ଅଧିକ ଦେଶକୁ ୩୦୦ ନିୟୁତ କୋଭିଡ୍-୧୯ ଟିକା ମାତ୍ରା ପ୍ରଦାନ କରିଥିଲା। ବୈଶ୍ୱିକ ମହାମାରୀ କାଳରେ ନମନୀୟତାକୁ ଏକ ବିରାଟ ନୀତିବାଣୀ ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବୈଶ୍ୱିକ ସ୍ୱାସ୍ଥ୍ୟ ପଦ୍ଧତି ନମନୀୟ ହେବା ଉଚିତ । ଆମକୁ ନିଶ୍ଚିତ ଭାବେ ପରବର୍ତ୍ତୀ ସ୍ୱାସ୍ଥ୍ୟ ଆପାତକାଳ ନିମନ୍ତେ ଏହାର ଦୂରୀକରଣ ଓ ପରିସ୍ଥିତି ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବା ଆବଶ୍ୟକ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆମର ବିଶ୍ୱାସ ସ୍ୱାସ୍ଥ୍ୟ ଏବଂ ସୁଧାର ପ୍ରତ୍ୟେକଙ୍କ ନମନୀୟତାକୁ ବୃଦ୍ଧି କରିବ । ଗୁଜରାଟର ଜାମନଗରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପାରମ୍ପରିକ ଭେଷଜ କେନ୍ଦ୍ର ପ୍ରତିଷ୍ଠା ଏ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ବିଶ୍ୱ ସାସ୍ଥ୍ୟ ସଂଗଠନର ପାରମ୍ପରିକ ଔଷଧ ଉପରେ ବୈଶ୍ୱିକ ଶିଖର ବୈଠକ ଓ ତାହା ପୁଣି ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀମାନଙ୍କ ସହ ଏହି ସାମର୍ଥ୍ୟ ବୃଦ୍ଧି ଦିଗରେ ଅଧିକ ଉପାଦେୟ ହେବ । ପାରମ୍ପରିକ ଔଷଧର ବୈଶ୍ୱିକ ଗନ୍ତାଘର ସୃଷ୍ଟି କରିବା ଆମର ମିଳିତ ଉଦ୍ୟମ ହେବା ଆବଶ୍ୟକ । ସ୍ୱାସ୍ଥ୍ୟ ଓ ପରିବେଶ ଜୈବିକ ଦୃଷ୍ଟିକୋଣରୁ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ଥିବାରୁ ମୁକ୍ତ ବାୟୁ, ନିରାପଦ ପାନୀୟ ଜଳ, ପର୍ଯ୍ୟାପ୍ତ ପୌଷ୍ଟିକତା ଓ ନିରାପଦ ଆଶ୍ରୟସ୍ଥଳ ସ୍ୱାସ୍ଥ୍ୟ ପାଇଁ ପ୍ରଧାନ ଅବଲମ୍ବନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଜଳବାୟୁ ଓ ସ୍ୱାସ୍ଥ୍ୟ ଦିଗରେ ପଦକ୍ଷେପ ନେଇଥିବାରୁ ସେ ଗଣ୍ୟମାନ୍ୟ ଅତିଥିମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଅଣୁ କୀଟାଣୁ ପ୍ରତିରୋଧକ ନିରୋଧୀ (ଏଏମଆର)ର ଭୟ ଉପରେ ନେଇଥିବା ପଦକ୍ଷେପ ପ୍ରଶଂସନୀୟ ବୋଲି ସେ କହିଥିଲେ। ବର୍ତ୍ତମାନ ଆମେ ଯକ୍ଷ୍ମା ଉନ୍ମେଳନ ବୈଶ୍ୱିକ ଲକ୍ଷ୍ୟ ୨୦୩୦ର ଯଥେଷ୍ଟ ଆଗରୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସ୍ୱାସ୍ଥ୍ୟ ସେବା ସମସ୍ତଙ୍କ ପାଇଁ ସୁଲଭ ହେବା ନେଇ ନବୋନ୍ମେଷ ଓ ଡିଜିଟାଲ ସମାଧାନ ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ।

 

Breaking News