ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନୂଆବର୍ଷରେ ଚାଷୀମାନଙ୍କୁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୦ମ କିସ୍ତି ଟଙ୍କା ଚାଷୀମାନଙ୍କୁ ପ୍ରଦାନ କରାଯାଇଛି । ଏହି ଯୋଜନାରେ ଦେଶର ୧୦.୦୯ କୋଟି ଚାଷୀଙ୍କ ଆକାଉଣ୍ଟକୁ ପିଏମ୍ କିଷାନ ଯୋଜନା ଆଧାରରେ ୨୦ ହଜାର ୯୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର। ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଆସିଛି । ତେବେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧିନରେ କେନ୍ଦ୍ର ସରକାର ଦେଶର ଚାଷୀମାନଙ୍କ ଆକାଉଣ୍ଟକୁ ବାର୍ଷିକ ୬ ହଜାର ଟଙ୍କା ଲେଖାଏଁ ଟ୍ରାନ୍ସଫର କରିଛନ୍ତି। ପୂର୍ବରୁ କେନ୍ଦ୍ର ସରକାର ଚାଷୀ ମାନଙ୍କୁ ୯ମ କିସ୍ତି ପ୍ରଦାନ କରିଥିଲେ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଏମ କିଷାନ ସମ୍ମାନ ନିଧି ଯୋଜନାର ୧୦ମ କିସ୍ତି ପ୍ରଦାନ କଲାବେଳେ କୃଷକଙ୍କ ସହ ଭିଡିଓ କନ୍ଫରେନ୍ସିଙ୍ଗ୍ ଜରିଆରେ କଥା ହୋଇଛନ୍ତି ।






More Stories
EV କିଣୁଥିବା ଗ୍ରାହକ ଖୁସି!…..
ଏପ୍ରିଲରୁ ନୂଆ ଆୟକର ନିୟମ…..
ଦେଶରେ ସଂସ୍କାର ଏକ୍ସପ୍ରେସ୍ ଆରମ୍ଭ…..