ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କିଷାନ ସମ୍ମାନ ସମ୍ମିଳନୀ-୨୦୨୨ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମୋଦି ପିଏମ କିଷାନ ଯୋଜନା ଅଧୀନରେ ଚାଷୀମାନଙ୍କୁ ଦ୍ୱାଦଶ କିସ୍ତିରେ ୧୬,୦୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହାଦ୍ୱାରା ୧୨ କୋଟି କୃଷକ ଉପକୃତ ହେବେ। ନୂଆଦିଲ୍ଲୀର ପୁସା ସ୍ଥିତ ମେଳା ପଡିଆରେ ଅନୁଷ୍ଠିତ ଏହି ସମ୍ମିଳନୀରେ ପ୍ରାୟ ଦେଶ ବ୍ୟାପୀ ୧୩, ୫୦୦ କୃଷକ ଯୋଗ ଦେଇଛନ୍ତି। ସେହିପରି ୧୫୦୦ ଏଗ୍ରିଷ୍ଟାର୍ଟଅପ ମଧ୍ୟ ସାମିଲ ହୋଇଛି। ସେହିପରି ଭର୍ଚୁଆଲ ମାଧ୍ୟମରେ ଦେଶର ବିଭିନ୍ନ ସ୍ଥାନରୁ ପ୍ରାୟ ୧ କୋଟି କୃଷକ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର, କେନ୍ଦ୍ର ସାର ଓ ରସାୟନମନ୍ତ୍ରୀ ମନସୁଖ ମାଣ୍ଡଭ୍ୟା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି।






More Stories
ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ବଡ ତ୍ରୁଟି; ବହିରେ ୧୬୭୮ଟି ଭୁଲ ଚିହ୍ନଟ…..
ଭ୍ୟାନ୍ କୂଅକୁ ଖସି ୧୪ ମୃତ…..
ସୂଚନା ଅଧିକାର ଆଇନ ବ୍ୟବସାୟ ପାଲଟିଛି…..