ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନଭେମ୍ବର ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୫୧ ହଜାରରୁ ଅଧିକ ଯୁବକଙ୍କୁ ନିଯୁକ୍ତି ମେଳା ମାଧ୍ୟମରେ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନବ ନିଯୁକ୍ତଙ୍କୁ ମଧ୍ୟ ସମ୍ବୋଧିନ କରିବେ। ଦେଶର ୩୭ଟି ସ୍ଥାନରେ ନିଯୁକ୍ତି ମେଳା ଆୟୋଜିତ ହେବ। ଯେଉଁମାନେ ନିଯୁକ୍ତି ପତ୍ର ପାଇବେ ସେମାନଙ୍କୁ ବିଭିନ୍ନ ସରକାରୀ ମନ୍ତ୍ରଣାଳୟ ଏବଂ ବିଭାଗରେ ନିଯୁକ୍ତ କରାଯିବ। ଦେଶରେ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଏହା ଏକ ବଡ଼ ପଦକ୍ଷେପ।ନୂତନ ଭାବେ ନିଯୁକ୍ତ ଯୁବକଯୁବତୀଙ୍କୁ ଆଇଜିଓଟି କର୍ମଯୋଗୀ ପୋର୍ଟାଲରେ ଥିବା ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ନେଇପାରିବେ। ଏଥିରେ ୮୦୦ରୁ ଅଧିକ ଇ-ଲର୍ନିଂ ପାଠ୍ୟକ୍ରମ ଉପଲବ୍ଧ ଅଛି।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ……