ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ ନେଇ ଉଦବେଗ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଏହି ଘଟଣାକୁ ନିନ୍ଦା କରିବା ସହ ଟ୍ରମ୍ପଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ କହିଛନ୍ତି ରାଜନୀତି ଓ ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ପେନସିଲଭାନିଆରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର ବେଳେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ ହୋଇଛି। ଗୁଳିମାଡରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ ଡାହାଣ କାନରେ ଗୁଳି ବାଜିଛି। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିମାଡରେ ସନ୍ଦିଗ୍ଧ ଆକ୍ରମଣକାରୀର ମଧ୍ୟ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଚିକିତ୍ସା ପରେ ଟ୍ରମ୍ପଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସେପଟେ ଏହି ଘଟଣାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିନ୍ଦା କରିଛନ୍ତି।
More Stories
ଗଣମାଧ୍ୟମ ଚ୍ୟାନେଲ କୁ ସରକାରଙ୍କର ୯ ନିର୍ଦ୍ଦେଶ…..
ଆକ୍ରମଣର ତଦନ୍ତ ପାଇଁ ଆମେ ରାଜି:ପାକିସ୍ତାନ…..
ଇରାନରେ ବଡ଼ ଧରଣର ବିସ୍ଫୋରଣ,୪୦୦ରୁ ଊର୍ଦ୍ଧ୍ବ ଆହତ…..