Report Card Odisha

| Daily Odia News

ବିଦା ହେବେ ଅଳସୁଆ ଓ ଦୁର୍ନୀତିଖୋର କର୍ମଚାରୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

କାମରେ ଠକୁଥିବା ଏବଂ ଦୁର୍ନୀତିଖୋର କେନ୍ଦ୍ରୀୟ କର୍ମଚାରୀଙ୍କୁ ଚାକିରିରୁ ବିଦା କରାଯିବ। ଜନତାଙ୍କ ସ୍ଵାର୍ଥକୁ ଦୃଷ୍ଟିରେ ରଖି ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଚିବମାନଙ୍କୁ ନିର୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ସମସ୍ତ କର୍ମଚାରୀଙ୍କ କାର୍ଯ୍ୟର ମୂଲ୍ୟାୟନ କରାଯାଉ। ଯେଉଁମାନେ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଛନ୍ତି କିମ୍ବା ଦୁର୍ନୀତିରେ ଲିପ୍ତ ରହୁଛନ୍ତି ସେମାନଙ୍କୁ ବହିସ୍କାର କରିବା ଲାଗି ସରକାରଙ୍କ ପୂର୍ଣ୍ଣ କ୍ଷମତା ରହିଛି। ଗତ ବୁଧବାର ପ୍ରଧାନମନ୍ତ୍ରୀ ସମସ୍ତ କେନ୍ଦ୍ରୀୟ ମନ୍ତ୍ରୀ ଏବଂ ସଚିବମାନଙ୍କ ସହିତ ଆଲୋଚନା କରିବା ସମୟରେ ଏହି ନିର୍ଦେଶ ଦେଇଛନ୍ତି। ସିସିଏସ(ପେନସନ) ନିୟମର ମୌଳିକ ନିୟମ ୫୬(ଜେ)ର ଉଦାହରଣ ଦେଇ ପ୍ରଧାନମନ୍ତ୍ରୀ ଏହା କହିଛନ୍ତି। ମୌଳିକ ନିୟମ ୫୬(ଜେ) ଅନୁସାରେ, ଯଦି କୌଣସି କର୍ମଚାରୀ ନିଜ କାର୍ଯ୍ୟ ପାଇଁ ଅନ୍‌ଫିଟ୍ ବା ଅନୁପଯୁକ୍ତ ସାବ୍ୟସ୍ତ ହେବେ, ତେବେ ସରକାର ତାଙ୍କୁ ଯେକୌଣସି ସମୟରେ ବହିସ୍କାର କରିପାରିବେ। ବାଧ୍ୟତାମୂଳକ ଅବସର କ୍ଷେତ୍ରରେ ସରକାର ଉକ୍ତ କର୍ମଚାରୀଙ୍କୁ ୩ ମାସ ଆଗରୁ ନୋଟିସ ପ୍ରଦାନ କରିବେ ଅଥବା ଆଗୁଆ ୩ ମାସ ଦରମା ଏବଂ ଅନ୍ୟାନ୍ୟ ଭତ୍ତା ଦେଇ ଚାକିରିରୁ ବିଦା କରିବେ।

Breaking News