ରିପୋର୍ଟ କାର୍ଡ / ନୂଆଦିଲ୍ଳୀ
ନିର୍ବାଚନ ପାଇଁ ଆଜି ବାରଣାସୀରୁ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ୧୧ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ସେହିପରି ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମାଙ୍କନ ପାଇଁ ୪ ଜଣ ପ୍ରସ୍ତାବକ ପଣ୍ଡିତ ଗଣେଶ୍ୱର ଶାସ୍ତ୍ରୀ, ବୈଜନାଥ ପଟେଲ, ଲାଲଚାନ୍ଦ କୁଶୱା ଏବଂ ସଞ୍ଜୟ ସୋନକର ମଧ୍ୟ ଉପସ୍ଥିତ ଥିଲେ। ଏହା ବ୍ୟତୀତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହ ମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହଙ୍କ ସମେତ ଦଳର ସମସ୍ତ ବରିଷ୍ଠ ନେତା ଉପସ୍ଥିତ ଥିଲେ। ନାମାଙ୍କନ ଦାଖଲ ପୂର୍ବରୁ ଗଙ୍ଗାରେ ପୂଜାର୍ଚ୍ଚନା କରିଥିଲେ ମୋଦି। ବାରାଣସୀର ଦଶାଶ୍ୱମେଧ ଘାଟରେ ପୂଜାର୍ଚ୍ଚନା କରିଥିଲେ। ପରେ କାଳଭୈରବ ମନ୍ଦିରରେ ପୂଜାର୍ଚ୍ଚନା ସହ ଆଳତି କରିଥିଲେ। ସେଠାରୁ ବାହାରି ସିଧା ବାରାଣସୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ମୋଦି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..