ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଅପରାହ୍ନ ୫ ଟା ୩୦ରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଜାତୀୟ ପରିବହନ ନୀତି ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅନ୍ୟ ବିକଶିତ ଅର୍ଥବ୍ୟବସ୍ଥା ତୁଳନାରେ ଭାରତରେ ପରିବହନ ଖର୍ଚ୍ଚ ଅଧିକ ହୋଇଥିବା କାରଣରୁ ଦେଶରେ ଏକ ନୀତି ଆଣିବାର ଆବଶ୍ୟକତା ରହିଛି । ଭାରତରେ ପରିବହନ ଖର୍ଚ୍ଚ ହ୍ରାସ କରିବା ସହିତ ଉଭୟ ଘରୋଇ ଏବଂ ରପ୍ତାନି ବଜାରରେ ଭାରତୀୟ ଉତ୍ପାଦର ପ୍ରତିଦ୍ବନ୍ଦ୍ବିତାରେ ସୁଧାର ଆଣିବା ଲାଗି ଏଭଳି ଏକ ନୀତି ଅତ୍ୟନ୍ତ ଆବଶ୍ୟକ ହୋଇପଡ଼ିଛି। ୨୦୧୪ ପରଠାରୁ ସରକାର ବ୍ୟାବସାୟିକ ସୁଗମତା ଏବଂ ସହଜ ଜୀବନ ଧାରଣରେ ସୁଧାର ଆଣିବା ଉପରେ ବିଶେଷ ଗୁରୁତ୍ବାରୋପ କରି ଆସୁଛନ୍ତି। ଅନ୍ତଃ ବିଷୟକ, ଅନ୍ତଃ କ୍ଷେତ୍ରୀୟ ଏବଂ ବହୁ କ୍ଷେତ୍ରାଧିକାର ବିଶିଷ୍ଟ ଏକ ଢାଞ୍ଚା ପ୍ରସ୍ତୁତ କରିବା ଜରିଆରେ ପରିବହନ ଖର୍ଚ୍ଚ ହ୍ରାସ କରିବାରେ ଏନ୍ଏଲ୍ପି ସହାୟକ ହୋଇପାରିବ।
More Stories
ନେତାନ୍ୟାହୁ ଙ୍କ ବିରୋଧରେ ଗିରଫ ପରୱାନା ଜାରି…..
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….