ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନ| ଆଜି ଫୁଲବାଣୀ, ବଲାଙ୍ଗିର ଏବଂ ବରଗଡ଼ରେ ବିଶାଳ ଜନ ସମାବେଶକୁ ସମ୍ବୋଧନ କରିବେ ମୋଦି। ସକାଳ ପ୍ରାୟ ସାଢ଼େ ୮ଟାରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱର ଏୟାରପୋର୍ଟରୁ ବାହାରି ପ୍ରଥମେ ଫୁଲବାଣୀ ଯିବେ ମୋଦି। ସାଢ଼େ ୧୦ଟାରେ ଫୁଲବାଣୀ ଷ୍ଟାଡିୟମରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ। ଫୁଲବାଣୀରେ ଜନସଭା ସାରି ସେଠାରୁ ହେଲିକପ୍ଟରରେ ବାହାରିବେ ବଲାଙ୍ଗିର ଅଭିମୁଖେ। ବଲାଙ୍ଗିରର ପଥରଚେପା ପଡ଼ିଆରେ ବିଜୟ ସଂକଳ୍ପ ସମାବେଶରେ ମଧ୍ୟାହ୍ନ ୧୨ଟାରେ ଯୋଗଦେବେ ମୋଦି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ ପ୍ରଶାସନ ତରଫରୁ ସେଠାରେ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସେଠାରୁ ବରଗଡ଼ ଯିବେ ପ୍ରଧାନମନ୍ତ୍ରୀ। ବରଗଡ଼ ବିକାଶ ଗ୍ରାଉଣ୍ଡରେ ଅବତରଣ ପରେ ଅପରାହ୍ନ ୨ଟାରେ ହେବାକୁଥିବା ଜନସମାବେଶକୁ ମୋଦି ସମ୍ବୋଧନ କରିବେ। ବରଗଡ଼ ଟୋଲପ୍ଲାଜା ନିକଟ ପଡ଼ିଆରେ ହେବାକୁ ଥିବା ଜନ ସମାବେଶରେ ଉଦବୋଧନ ଦେବେ ପିଏମ୍। ମୋଦିଙ୍କ ବରଗଡ଼ ଗସ୍ତ ପାଇଁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯିବା ସହ ସଭାସ୍ଥଳକୁ ନୋ ପ୍ଲାଇଂ ଜୋନ୍ ଏବଂ ନିକଟ NHରେ ବ୍ୟାରିକେଡିଂ ବ୍ୟବସ୍ଥା କରାଯାଇଛି। ଉଲ୍ଲେଖ ଯୋଗ୍ୟ- ଗତକାଲି ରାତିରେ ମୋଦି ଭୁବନେଶ୍ୱରରେ ପହଞ୍ଚିଥିଲେ। ଏହାପରେ ରାତି ପ୍ରାୟ ସାଢ଼େ ୮ଟାରେ ରାମ ମନ୍ଦିର ସମ୍ମୁଖରୁ ବିରାଟ ରୋଡ୍ ଶୋ ରେ ବାହାରିଥିଲେ । ମୋଦିଙ୍କ ରୋଡ୍ ଶୋ ରାମ ମନ୍ଦିରରୁ ବାଣୀବିହାର ଛକରେ ପହଞ୍ଚିଥିଲା।






More Stories
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….
ସଚିବଙ୍କୁ ଛୁଟି ମନା…..