Report Card Odisha

| Daily Odia News

ନବୀନଙ୍କୁ ଚାଲେଞ୍ଜ କଲେ ପ୍ରଧାନମନ୍ତ୍ରୀ ମୋଦୀ…..

ରିପୋର୍ଟ କାର୍ଡ / ଫୁଲବାଣୀ

ଆଜି ଫୁଲବାଣୀ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚାଲେଞ୍ଜ କରିନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ନବୀନ ବାବୁଙ୍କୁ ମୁଁ ଆଜି ଏକ ଚାଲେଂଜ ଦେଉଛି। ନବୀନ ବାବୁଙ୍କୁ କାଗଜ ଖଣ୍ଡେ ଧରାଇ ଛିଡ଼ା କରାଯାଉ। ନବୀନ ବାବୁଙ୍କୁ ବିନା କାଗଜରେ ଜିଲ୍ଲା ଓ ଜିଲ୍ଲା ମୁଖ୍ୟାଳୟର ନାଁ ଲେଖିବାକୁ କୁହାଯାଉ। ସେ ଲେଖିପାରିବେନି। ଯିଏ ନିଜ ଜିଲ୍ଲାର ନାଆଁ ଜାଣିନାହାନ୍ତି। ସେଭଳି ମୁଖ୍ୟମନ୍ତ୍ରୀ କିପରି ଆପଣଙ୍କର ଦୁଃଖ ବୁଝିପାରିବେ? ଏଣୁ ୫ ବର୍ଷ ସମୟ ଦିଅନ୍ତୁ, ଓଡ଼ିଶାକୁ ନମ୍ବର ୱାନ୍ କରିବୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆହୁରି କହିଛନ୍ତି, ଶ୍ରୀମନ୍ଦିର ରତ୍ନଭଣ୍ଡାର ମୂଲ୍ୟାଙ୍କନ ୪୫ ବର୍ଷ ତଳେ ହୋଇଥିଲା। ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ଗଲା ୬ ବର୍ଷ ହେଲାଣି ମିଳୁନି। ଏଭଳି ଅମୂଲ୍ୟ ଭଣ୍ଡାରର ଚାବି ବି ସମ୍ଭାଳି ପାରୁନାହାନ୍ତି ରାଜ୍ୟ ସରକାର। ଚାବି ହଜିବା ଠାରୁ ଡୁପ୍ଲିକେଟ ଚାବି ଅଧିକ ଗମ୍ଭୀର ବିଷୟ। ଏଥିପାଇଁ କମିଶନ ବସିଲା, କମିଶନ ରିପୋର୍ଟ ସାର୍ବଜନୀନ ହେଲାନି। ନବୀନ ବାବୁଙ୍କ ସରକାର ଏ ବିଷୟକୁ ନେଇ କାହିଁକି ଭୀତତ୍ରସ୍ତ। ରାଜ୍ୟ ସରକାର କାହା ପାପକୁ ଘୋଡ଼ାଇବାକୁ ଚେଷ୍ଟା କରୁଛି। ଗୁଜରାଟ ପାଖରେ ଯେଉଁ ସାମର୍ଥ୍ୟ ଅଛି, ତା’ଠାରୁ ୧୦୦ ଗୁଣା ସାମର୍ଥ୍ୟ ଓଡ଼ିଶାର ଅଛି। ଗୁଜରାଟ ଆଗେଇ ଗଲା, କିନ୍ତୁ ଓଡ଼ିଶା କାହିଁକି ପଛରେ ରହିଗଲା? ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶ୍ନ କରିଛନ୍ତି।

 

Breaking News