ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ପୁଣି ମୁଣ୍ଡ ଟକିଲାଣି କରୋନା | ଆଜି ସଂକ୍ରମଣ ସ୍ଥିତି ସମ୍ପର୍କରେ ସମୀକ୍ଷା ଲାଗି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଭର୍ଚୁଆଲ ବୈଠକ ବସିବ। ଏହି ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଦେଶର କିଛି ରାଜ୍ୟରେ ବିଶେଷ କରି ରାଜଧାନୀ ଦିଲ୍ଲୀରେ ଏବେ ଚିନ୍ତା ବଢାଇବାରେ ଲାଗିଛି କରୋନା ସଂକ୍ରମଣ। କିଭଳି ଏହାକୁ ମୁକାବିଲା କରାଯିବ, ସେନେଇ ପ୍ରସ୍ତୁତ ରହିବାକୁ ପ୍ରଧାନମନ୍ତ୍ରୀ ଆଜିର ବୈଠକରେ ପରାମର୍ଶ ଦେଇପାରନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ମଧ୍ୟ ବୈଠକରେ ଯୋଗ ଦେବା ସହ କିଛି ତଥ୍ୟ ଉପସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି |






More Stories
ଆଶାଙ୍କ ପରଲୋକର:ଭାବପ୍ରବଣ ହୋଇପଡ଼ିଲେ ମୋଦି…..
ଲୋକସଭା-ରାଜ୍ୟସଭା ସଦସ୍ୟଙ୍କୁ ହ୍ୱିପ୍ ଜାରି…..
ଆଶା ଭୋସ୍ଲେଙ୍କ ପରଲୋକ…..