Report Card Odisha

| Daily Odia News

ଆଇଆଇଏମ୍ କ୍ୟାମ୍ପସ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ……

ରିପୋର୍ଟ କାର୍ଡ / ସମ୍ବଲପୁର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ଓଡିଶା ଗସ୍ତରେ ଆସି ୪୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଆଇଆଇଏମ୍ ସମ୍ବଲପୁର କ୍ୟାମ୍ପସ ଲୋକାର୍ପିତ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ, ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଜଳସଂପଦ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ, ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ ଓ ଆଇଆଇଏମ୍ ନିର୍ଦେଶକ ପ୍ରଫେସର୍ ମହାଦେବ ଜୟସ୍ବାଲ୍ ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରୀକରଣ ଆଦିର ଲୋକାର୍ପଣ କରି, ପୁରୀ-ସୋନପୁର ସାପ୍ତାହିକ ଏକ୍ସପ୍ରେସ ଟ୍ରେନ ଚଳାଚଳ ଏବଂ ଷ୍ଟେସନ ବିଲଡିଂର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ |

Breaking News