Report Card Odisha

| Daily Odia News

ଆଜି ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଦ୍ବାରା ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରିବେ। ଏହି ପୁସ୍ତକ ଏବେ ଓଡ଼ିଆ ଓ ଇଂରାଜୀ ଭାଷାରେ ଉପଲବ୍ଧ ବୋଲି ଜଣାପଡିଛି। ଏହାର ହିନ୍ଦୀ ସଂସ୍କରଣକୁ ଶଙ୍କରଲାଲ ପୁରୋହିତ ଅନୁବାଦ କରିଛନ୍ତି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କଟକ ସାଂସଦ ଭର୍ତ୍ତୃହରି ମହତାବ ଏହି ଅବସରରେ ଉପସ୍ଥିତ ରହିବେ। ହରେକୃଷ୍ଣ ମହତାବ ଫାଉଣ୍ଡେସନ ପକ୍ଷରୁ ଏହି ହିନ୍ଦୀ ସଂସ୍କରଣ ଉନ୍ମୋଚନ କାର୍ୟ୍ୟକ୍ରମ ଆୟୋଜନ କରାଯିବ। ଡ. ହରେକୃଷ୍ଣ ମହତାବ ଭାରତୀୟ ସ୍ବାଧୀନତା ସଂଗ୍ରାମର ଜଣେ ମହାନ ବ୍ୟକ୍ତିତ୍ବ ଥିଲେ। ସେ ୧୯୪୬ରୁ ୧୯୫୦ ଏବଂ ୧୯୫୬ରୁ ୧୯୬୧ ପର୍ୟ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ। ୧୯୪୨ରୁ ୧୯୪୫ ପର୍ୟ୍ୟନ୍ତ ଦୁଇ ବର୍ଷରୁ ଅଧିକ ସମୟ ଧରି ଅହମ୍ମଦନଗର ଦୁର୍ଗ ଜେଲରେ ଥିବା ସମୟରେ ‘ଓଡ଼ିଶା ଇତିହାସ’ ପୁସ୍ତକ ରଚନା କରିଥିଲେ।

Breaking News