ରିପୋର୍ଟ କାର୍ଡ / ଭୁବନେଶ୍ୱର
ଫେବ୍ରୁଆରୀ ୩ ତାରିଖରେ ସମ୍ବଲପୁର ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ସମ୍ବଲପୁର ସ୍ଥିତ ଆଇଆଇଏମ୍ର ସ୍ଥାୟୀ କ୍ୟାମ୍ପସ ଉଦ୍ଘାଟନ କରିବେ। ଏହା ସହିତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ପୂର୍ବରୁ ଏହି ସୂଚନା ମିଳିଥିବା ବେଳେ ଆଜି ସୂଚନା ମିଳିଛି ଯେ ଫେବ୍ରୁଆରୀ ୧୦ ତାରିଖରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ୧୦ରେ ଭୁବନେଶ୍ୱରରେ ବିଶାଳ ମହିଳା ସମାବେଶରେ ଯୋଗଦେବାକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ |






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……