ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେପ୍ଟେମ୍ବର ୧୭ ଅର୍ଥାତ ଆସନ୍ତାକାଲି ଭୁବନେଶ୍ୱର ବିମାନବନ୍ଦରରେ ଆସି ୧୦ଟା ୫୦ରେ ଆସି ପହଞ୍ଚିବେ । ୧୧ଟା ୪୫ରେ ଗାଡକଣ ଛାଡି ୧୧ଟା ୫୫ରେ ଜୟଦେବ ବିହାରର ଜନତା ମଇଦାନରେ ପହଞ୍ଚିବେ । ଜନତା ମଇଦାନରେ ଦିନ ୧ଟା ପର୍ଯ୍ୟନ୍ତ ରହିବେ ପ୍ରଧାନମନ୍ତ୍ରୀ । ସେଠାରେ ବିଭିନ୍ନ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବା ସହ ଲୋକର୍ପଣ କରିବେ ।ଜନତା ମଇଦାନ କାର୍ଯ୍ୟକ୍ରମ ସାରି ୧ଟା ୨୦ରେ ଦିଲ୍ଲୀ ଫେରିଯିବେ । ଜନତା ମଇଦାନରେ ସୁଭଦ୍ରା ଯୋଜନାରେ ହିତାଧିକାରୀରୁ ପ୍ରଥମ କିସ୍ତି ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ। ମୋଦୀଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ଟ୍ରାଫିକ୍ ନିର୍ଦ୍ଦେଶନାମା ଜାରି କରିଛି କମିଶନରେଟ ପୁଲିସ। ଲୋକଙ୍କ ଯିବା ଆସିବା ଓ ଗାଡି ପାର୍କିଂ ପାଇଁ କଟକଣା ଜାରି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା ଲାଗୁ ହେବ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….