ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ହେବାକୁ ଥିବା ପୋଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ। ନଭେମ୍ବର ୨୯ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ | ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କହିଛନ୍ତି ଯେ ୨୯ ତାରିଖ ଅପରାହ୍ନ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ। ରାଜଭବନ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରୋଡ୍ ସୋ କରିବେ ବୋଲି ରାଜ୍ୟ ବିଜେପି ସଭାପତି ସୂଚନା ଦେଇଛନ୍ତି। ଏହାପରେ ଦଳୀୟ କାର୍ଯ୍ୟାଳୟକୁ ଆସି କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ। ପାର୍ଟି ଅଫିସରେ ୨ ଘଣ୍ଟା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ ବୋଲି ମନମୋହନ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବୈଠକରେ ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀ ଉପସ୍ଥିତ ରହିବେ। ଏହାପରେ ୩୦ ଓ ୧ ତାରିଖରେ ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।






More Stories
IAS ସ୍ତରରେ ବଡ଼ ଧରଣର ଅଦଳବଦଳ…..
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..