Report Card Odisha

| Daily Odia News

ରାଜ୍ୟ ପରିବେଶ ମନ୍ତ୍ରୀ ସମ୍ମିଳନୀ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବାହ୍ଣ ସାଢେ ୧୦ ଟା ସମୟରେ ଗୁଜରାଟର ଏକତାନଗରଠାରେ ରାଜ୍ୟ ପରିବେଶ ମନ୍ତ୍ରୀମାନଙ୍କ ଜାତୀୟ ସମ୍ମିଳନୀକୁ ଭର୍ରଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିବେ। ଏହି ଅବସରରେ ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍‌ବୋଧନ ଦେବେ। ସଂଘୀୟ ସହଯୋଗ ବ୍ୟବସ୍ଥାକୁ ଆଗେଇ ନେବା ତଥା କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ପରିବେଶ ନୀତି ନିର୍ଦ୍ଧାରଣ କ୍ଷେତ୍ରରେ ସୁସମନ୍ୱୟ ରକ୍ଷା ଉଦ୍ଦେଶ୍ୟରେ ଏହି ସମ୍ମିଳନୀ ଡକାଯାଇଛି। ନୀତିଗୁଡିକ ମଧ୍ୟରେ ପ୍ଲାଷ୍ଟିକ୍ ପ୍ରଦୂଷଣ ନିରାକରଣ, ପରିବେଶ ପାଇଁ ଜୀବନଶୈଳୀ ଉପରେ ଗୁରୁତ୍ୱ ଦେଇ ଜଳବାୟୁ ପରିବର୍ତ୍ତନ ସମସ୍ୟାର ମୁକାବିଲା ନିମନ୍ତେ ରାଜ୍ୟର କାର୍ଯ୍ୟାନ୍ୱୟନ ଯୋଜନା ଇତ୍ୟାଦି ଅନ୍ତର୍ଭୁକ୍ତ। ଅନୁର୍ବର ଜମିର ପୁନରୁଦ୍ଧାର ଓ ବନ୍ୟପ୍ରାଣୀ ସଂରକ୍ଷଣ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେଇ ଜଙ୍ଗଲ ସୀମା ବୃଦ୍ଧି ନେଇ ମଧ୍ୟ ସମ୍ମିଳନୀରେ ଗୁରୁତ୍ୱ ଆରୋପ କରାଯିବ।

Breaking News