ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ଖୁଣ୍ଟି ଠାରେ ଆୟୋଜିତ ହେବାକୁ ଥିବା ଏକ ସମାରୋହରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିବେ। କେନ୍ଦ୍ର ସରକାରଙ୍କ ବିଭିନ୍ନ ଫ୍ଲାଗଶିପ୍ ଯୋଜନାର ଶତପ୍ରତିଶତ ଲାଭ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଲାଗି ପ୍ରଧାନମନ୍ତ୍ରୀ ଲଗାତାର ପ୍ରୟାସ କରି ଆସୁଛନ୍ତି। ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସରକାରୀ ଯୋଜନାର ସୁଫଳ ଯେପରି ସବୁ ହିତାଧିକାରୀଙ୍କୁ ମିଳିପାରିବ ସେଥିପ୍ରତି ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଛନ୍ତି। ଯୋଜନାର ଶତପ୍ରତିଶତ ପ୍ରସାର ଲକ୍ଷ୍ୟ ହାସଲ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଆଜି ତୃତୀୟ ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ଶ୍ରୀ ମୋଦୀ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ର ଶୁଭାରମ୍ଭ କରିବେ। ସ୍ୱଚ୍ଛତା ସୁବିଧା, ଜରୁରି ଆର୍ଥିକ ସେବା, ବିଦ୍ୟୁତ ସଂଯୋଗ, ଏଲପିଜି ସିଲିଣ୍ଡର ଯୋଗାଣ, ଗରିବଙ୍କୁ ପକ୍କା ଆବାସ, ଖାଦ୍ୟ ସୁରକ୍ଷା, ଉପଯୁକ୍ତ ପୁଷ୍ଟିସାଧନ, ଭରସାଯୋଗ୍ୟ ସ୍ୱାସ୍ଥ୍ୟସେବା, ସ୍ୱଚ୍ଛ ପାନୀୟ ଜଳ ଆଦି ବିଭିନ୍ନ କଲ୍ୟାଣମୂଳକ ଯୋଜନା ଓ କାର୍ୟ୍ୟକ୍ରମ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ହିତାଧିକାରୀଙ୍କୁ ଏସବୁ ଯୋଜନାର ଅଧିକରୁ ଅଧିକ ଲାଭ ଯୋଗାଇ ଦେବା ନିମନ୍ତେ ଜନସମ୍ପର୍କ ସ୍ଥାପନ ଲାଗି ଯାତ୍ରାରେ ଗୁରୁତ୍ୱ ଦିଆଯିବ। ଯାତ୍ରା ଆୟୋଜନ ସମୟରେ ସଂଗ୍ରହ କରାଯାଇଥିବା ବିବରଣୀ ଆଧାରରେ ସମ୍ଭାବ୍ୟ ହିତାଧିକାରୀଙ୍କ ପଞ୍ଜୀକରଣ କରାଯିବ ।






More Stories
ଆସନ୍ତାକାଲି ପଶ୍ଚିମବଙ୍ଗ ନିର୍ବାଚନ……
ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି…..
ରାୟଗଡା ସିଜିମାଳିକୁ ସଂଯୋଗ ହେବ ରେଳଲାଇନ୍…..