Report Card Odisha

| Daily Odia News

ମନମୋହନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଙ୍କ ଜନ୍ମଦିନ | ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇ ମନମୋହନ ସିଂଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ମାଧ୍ୟମରେ କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଥିଲେ। ସୋସିଆଲ ମିଡିଆ ଏକ୍ସ ରେ ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ମୁଁ ତାଙ୍କର ଦୀର୍ଘ ଜୀବନ ଏବଂ ଉତ୍ତମ ସ୍ବାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି। ମନମୋହନ ସିଂଙ୍କୁ ବର୍ତ୍ତମାନ ୯୧ ବର୍ଷ। ସେ ୧୯୩୨ରେ ପଞ୍ଜାବର ଗାହ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ, ଯାହା ବର୍ତ୍ତମାନ ପାକିସ୍ତାନର ଅଂଶ ଅଟେ।

Breaking News