Report Card Odisha

| Daily Odia News

ଓଡ଼ିଶାକୁ ୫୦୦ କୋଟି ଟଙ୍କାର ବାତ୍ୟା ସହାୟତା ଘୋଷଣା କଲେ କେନ୍ଦ୍ର ସରକାର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଓ ପଶ୍ଚିମବଙ୍ଗ ଗସ୍ତ କରି ବାତ୍ୟା ୟାସ୍‌ରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ସହିତ ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା କରିଥିଲେ | ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବାତ୍ୟା ସହାୟତା ଘୋଷଣା କରାଯାଇଛି। ଓଡ଼ିଶାକୁ ୫୦୦ କୋଟି ଟଙ୍କାର ବାତ୍ୟା ସହାୟତା ଘୋଷଣା ହୋଇଛି । ବାତ୍ୟା ପାଇଁ ମୋଟ ୧୦୦୦ କୋଟିର ସହାୟତା ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ବାକି ୫୦୦ କୋଟି ଟଙ୍କା ମଧ୍ୟରୁ ପଶ୍ଚିମବଙ୍ଗକୁ ୨୫୦ ଏବଂ ଝାଡଖଣ୍ଡକୁ ୨୫୦ କୋଟି ଟଙ୍କା ମିଳିବ । ଏହାସହ ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ମିଳିବା ସହ ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କା ଘୋଷଣା ହୋଇଛି। କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଓଡିଶା ଆସିବେ କେନ୍ଦ୍ରୀୟ ଟିମ୍। ଓଡିଶା ସମେତ ପ୍ରଭାବିତ ରାଜ୍ୟକୁ ଆନ୍ତଃମନ୍ତ୍ରଣାଳୟ ଟିମ୍ ଗସ୍ତ କରିବେ। ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Breaking News