ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଅପରାହ୍ନ ୪ଟାରେ ବସିବ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ |କୋଭିଡ୍ ସ୍ଥିତି ନେଇ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ। ଗତ ଶନିବାର ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରି କରୋନା ସ୍ଥିତି ସମୀକ୍ଷା କରିଥିଲେ ମୋଦୀ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଇବାରେ ଲାଗିଛି । ମହାରାଷ୍ଟ୍ରରେ ରେକର୍ଡ ଦୈନିକ ସଂକ୍ରମଣ ଚିହ୍ନଟ ହେଉଛନ୍ତି । ଆଉ କିଛି ରାଜ୍ୟରେ ମଧ୍ୟ ସ୍ଥିତିି ବିଗିଡ଼ିବାରେ ଲାଗିଛି । ଏପରି ସ୍ଥିତିରେ ପ୍ରଧାନମନ୍ତ୍ରୀ ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ । କରୋନା ସଂକ୍ରମଣ ଓ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା କିପରି ନିୟନ୍ତ୍ରଣକୁ ଅଣାଯିବ, ସେନେଇ ଆଲୋଚନା କରିବେ । ଏହା ସହ ରାଜ୍ୟ ସରକାରମାନେ କ’ଣ ସବୁ ପଦକ୍ଷେପ ନେଇଛନ୍ତି ସେ ନେଇ ମଧ୍ୟ ପଚାରି ବୁଝିବେ ପ୍ରଧାନମନ୍ତ୍ରୀ । ତେବେ ବୈଠକ ପରେ ରାଜ୍ୟରେ କରୋନା କଟକଣା କଡ଼ାକଡ଼ି କରାଯିବ କି ନାହିଁ ତା’ ଉପରେ ସମସ୍ତଙ୍କ ନଜର ରହିଛି।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..