ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଫଗାନିସ୍ତାନର ସ୍ତିତି ଉଦ୍ବେଗ ଜନକରହିଛି | ତାଲିବାନର କବଜା ପରେ ଉତ୍ପନ ପରିସ୍ଥିତିକୁ ନେଇ ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ କମିଟି ଅନ ସିକ୍ୟୁରିଟିର ବୈଠକ କରାଯାଇଛି । ପ୍ରଧାନମନ୍ତ୍ରୀ ଅଧିକାରୀଙ୍କୁ ଆଫଗାନିସ୍ତାନରୁ ସମସ୍ତ ଭାରତୀୟ ନାଗରିକଙ୍କୁ ସୁରକ୍ଷିତ ଆଣିବା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆଫଗାନିସ୍ତାନରୁ ଭାରତ ଆସିବାକୁ ଇଚ୍ଛୁକ ଶିଖ, ହିନ୍ଦୁ ସଂଖ୍ୟାଲଘୁଙ୍କୁ ଶରଣ ଦେବା ପାଇଁ କୁହାଯାଇଛି। ଏପରିକି ଭାରତଠୁ ସାହାଯ୍ୟର ଆଶା ବାନ୍ଧି ବସିଥିବା ଆଫଗାନ ନାଗରିକଙ୍କୁ ଯଥା ସମ୍ଭବ ସହାୟତା ପ୍ରଦାନ କରିବାକୁ ପ୍ରଧାନମନ୍ତ୍ରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନିଜର ସରକାରୀ ବାସଭବନରେ ଅନୁଷ୍ଠିତ ଗୁରୁତ୍ଵପୂର୍ଣ୍ଣ ବୈଠକ ପରେ ଅଧିକାରୀଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହ ମନ୍ତ୍ରୀ ଅମିତ୍ ଶାହା, ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବ୍ୟତୀତ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ, ବୈଦେଶିକ ସଚିବ ହର୍ଷବର୍ଦ୍ଧନ ଶୃଙ୍ଗଲା, ଆଫଗାନିସ୍ତାନରେ ଭାରତର ରାଜଦୂତ ଆର ଟଣ୍ଡନ ସହିତ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……