ରିପୋର୍ଟ କାର୍ଡ / ରାୟପୁ
ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାର ବରିଷ୍ଠ ସାମ୍ବାଦିକ ମୁକେଶ ଚନ୍ଦ୍ରକାରଙ୍କୁ ଅପହରଣ ପରେ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୩ ଜଣଙ୍କୁ ବସ୍ତର ପୋଲିସ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ସୁରେଶ ଚନ୍ଦ୍ରକାରକୁ ପୋଲିସ ହାଇଦ୍ରାବାଦରୁ ଗିରଫ କରିଥିବା ଜଣାଯାଇଛି । ସେ ବିଦେଶଚାଲିଯିବାକୁ ଯୋଜନା କରୁଥିବା ବେଳେ ପୋଲିସ ହାତରେ ଧରାପଡ଼ିଛି । ଏପଟେ ଅନ୍ୟ ଦୁଇ ସହଯୋଗୀଙ୍କୁ ବି ଧରିଛି ପୋଲିସ। ବିଜାପୁର ଅଞ୍ଚଳରେ କୋଟି କୋଟି ଟଙ୍କାର ରାସ୍ତା ନିର୍ମାଣ କାମ ଚାଲିଛି। ପୂର୍ତ୍ତ ବିଭାଗ ଦ୍ବାରା ଶହେ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା ରାସ୍ତା କାମ ଅତ୍ୟନ୍ତ ନିମ୍ନମାନର ହୋଇଥିବା ନେଇ ମୁକେଶ ନିଜ ୟୁଟ୍ୟୁବ୍ ଚ୍ୟାନେଲରେ ଖବର ପ୍ରସାରଣ କରିଥିଲେ। ଏହା ପରେ ପୂର୍ତ୍ତ ବିଭାଗ ମନ୍ତ୍ରୀ କମିଟି ଗଠନ କରି ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତ ସମୟରେ ରାସ୍ତାର ଅବସ୍ଥା ଅତ୍ୟନ୍ତ ନିମ୍ନମାନର ଥିବା ଟିମ୍ ଅନୁଧ୍ୟାନ କରି ରିପୋର୍ଟ ଦେଇଥିଲା । ଯାହାକୁ ନେଇ ଠିକାଦାର ରକ୍ତମୁଖା ହୋଇ ଉଠିଥିଲେ। ଜାନୁଆରି ୧ ରେ ମୁକେଶଙ୍କୁ ଠିକାଦାର ଅପହରଣ କରିବା ପରେ ହତ୍ୟା କରିଥିଲେ। ସୂଚନାଯୋଗ୍ୟ,ପୋଲିସ ସୁରେଶ ଚନ୍ଦ୍ରକାର ନାମକ ଠିକାଦାର ଘରେ ଶୁକ୍ରବାର ଚଢ଼ଉ କରିବା ପରେ ପାଇଖାନା ଟାଙ୍କିରୁ ମୁକେଶଙ୍କର ମୃତଦେହ ମିଳିଥିଲା। ନୂଆବର୍ଷ ତଥା ଜାନୁଆରି ୧ ରେ ଅଚାନକ ଗାଏବ ହୋଇଯାଇଥିଲେ ମୁକେଶ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳି ନଥିଲା। ଫୋନ୍ ସୁଇଚ୍ ଅଫ୍ ଥିବାରୁ ପରିବାର ଲୋକ ଏ ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଠିକାଦାରମାନେ ନକ୍ସଲଙ୍କୁ ବ୍ୟବହାର କରି ଅପହରଣ କରିଥାଇପାରନ୍ତି ବୋଲି ମୁକେଶଙ୍କ ଭାଇ ସୁକେଶ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ବିଜାପୁର ପୋଲିସ ତଦନ୍ତ ଆରମ୍ଭ କରିଥିଲା। ସୂଚନାଯୋଗ୍ୟ ଯେ ବିଜାପୁର ଅଞ୍ଚଳରେ କୋଟି କୋଟି ଟଙ୍କାର ରାସ୍ତା ନିର୍ମାଣ କାମ ଚାଲିଛି। ପୂର୍ତ୍ତ ବିଭାଗ ଦ୍ବାରା ଶହେ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା ରାସ୍ତା କାମ ଅତ୍ୟନ୍ତ ନିମ୍ନମାନର ହୋଇଥିବା ନେଇ ମୁକେଶ ନିଜ ୟୁଟ୍ୟୁବ୍ ଚ୍ୟାନେଲ୍ରେ ଖବର ପ୍ରସାରଣ କରିଥିଲେ। ଏହା ପରେ ପୂର୍ତ୍ତ ବିଭାଗ ମନ୍ତ୍ରୀ କମିଟି ଗଠନ କରି ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତ ସମୟରେ ରାସ୍ତାର ଅବସ୍ଥା ଅତ୍ୟନ୍ତ ନିମ୍ନମାନର ଥିବା ଟିମ୍ ଅନୁଧ୍ୟାନ କରି ରିପୋର୍ଟ ଦେଇଥିଲା। ଯାହାକୁ ନେଇ ଠିକାଦାର ରାଗିଯାଇଥିଲେ। ଜାନୁଆରି ୧ରେ ମୁକେଶଙ୍କୁ ଠିକାଦାର ଅପହରଣ କରିବା ପରେ ହତ୍ୟା କରିଥିଲେ।






More Stories
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ଖଡଗେ-ନଡ୍ଡା ମୁହାଁମୁହିଁ…..