ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ସପ୍ତମ ବାଟାଲିଆନଠାରେ କମିସନରେଟ ପୋଲିସ ପକ୍ଷରୁ ୮୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କମିସନରେଟ ପୋଲିସ ଆଗାମୀ ଦିନରେ କିପରି ଅଧିକରୁ ଅଧିକ ଭଲ କାମ କରି ଲୋକଙ୍କ ଆସ୍ଥାଭାଜନ ହୋଇପାରିବ ସେ ନେଇ ଆଜି ସଂକଳ୍ପ ନିଆଯାଇଥିବା ପୋଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି। ସେବା ମନୋବୃତ୍ତି ନେଇ କମିସନରେଟ ପୋଲିସ କାମ କରିବ। ଜନସାଧାରଣଙ୍କ ନିକଟରେ ପହଞ୍ଚିବା ପାଇଁ ଯେଉଁ କାମ ପୂର୍ବରୁ ଚାଲୁଥିଲା ଏବଂ ଏବେ ଚାଲିଛି ତାକୁ ପୁନଃରୂପ ଦେଇ ଆଗେଇ ନେବାକୁ କହିଛନ୍ତି ପୋଲିସ କମିସନର। ଏହାସହ ଆଜିଠୁ କମିସନରେଟ ପୋଲିସ ପକ୍ଷରୁ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଷ୍ଟ୍ରେସ ମ୍ୟାନେଜମେଣ୍ଟ ପାଇଁ ବ୍ଲିସ୍ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା କହିଛନ୍ତି ପୋଲିସ କମିସନର।
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..