ରିପୋର୍ଟ କାର୍ଡ / ପୁରୀ
ଏଣିକି ଆଉ ଶ୍ରୀମନ୍ଦିର ଭିତରେ କର୍ତ୍ତବ୍ୟରତ ପୋଲିସ ସ୍ମାର୍ଟ ଫୋନ ନେଇପାରିବେ ନାହିଁ | ଏନେଇ ପୁରୀ ଏସପି କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଆଜିଠାରୁ ଶ୍ରୀମନ୍ଦିର ଭିତରେ ସ୍ମାର୍ଟଫୋନ ବ୍ୟବହାର ଉପରେ କଟକଣା ଲାଗୁକରାଯାଇଛି । ପୂର୍ବରୁ ବିଭିନ୍ନ ସମୟରେ ଶ୍ରୀମନ୍ଦିର ଭିତରେ ମାଳମାଳ ସ୍ମାର୍ଟ ଫୋନ ପ୍ରବେଶକୁ ନେଇ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା । ସ୍ମାର୍ଟ ଫୋନର ବ୍ୟବହାର ଯୋଗୁଁ ପୋଲିସ କର୍ମୀମାନେ ଡ୍ୟୁଟିରେ ଖିଲାପ କରୁଥିବା ମଧ୍ୟ ଅଭିଯୋଗ ହୋଇଥିଲା । ତେଣୁ ପୁରୀ ଏସପିଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରୀମନ୍ଦିର ଭିତରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ମୋବାଇଲ ବ୍ୟବହାର ଉପରେ କଟକଣା ଲାଗିଛି। ଶ୍ରୀମନ୍ଦିରରେ ପ୍ରବେଶ ଏବଂ ଡିୟୁଟି ସମୟରେ, ପୋଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଥିବା ବେଳେ ବିଶେଷ କାର୍ଯ୍ୟରେ ନିୟୋଜିତ ଏବଂ ଆପାତକାଳୀନ ସେବାରେ ନିଯୁକ୍ତି ଥିବା କିଛି ଅଧିକାରୀଙ୍କୁ ଏଥିରୁ ବାଦ୍ ଦିଆଯାଇଛି। ତେବେ ଅନ୍ୟ ସମସ୍ତ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଥିବା ସୂଚନା ମିଳିଛି |






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..