ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଇଥିବା ବେଳେ ଘଟିଥିଲା ଅଭାବନୀୟ ଘଟଣା। ରାଷ୍ଟ୍ରପତି ଭାଷଣ ଆରମ୍ଭ କରିବାର ଅଳ୍ପ ସମୟ ପରେ ପୂରା ହଲ୍ ଅନ୍ଧାର ହୋଇଯାଇଥିଲା। ଏସି ଓ ମାଇକ ଚାଲିଥିଲା, କିନ୍ତୁ ଲାଇଟ ସବୁ କଟି ଯାଇଥିଲା। ଲାଇଟ କଟି ଯିବା ସତ୍ତ୍ୱେ ରାଷ୍ଟ୍ରପତି ତାଙ୍କ ଭାଷଣ ବନ୍ଦ କରିନଥିଲେ। ପୋଡ଼ିୟମରେ ଜଳୁଥିବା କ୍ଷୀଣ ଲାଇଟରେ ସେ ଭାଷଣ ଦେଇଥିଲେ। ରାଷ୍ଟ୍ରପତି ପ୍ରାୟ ୯ ମିନିଟ ଅନ୍ଧାରରେ ଭାଷଣ ଦେବା ପରେ ହଲ୍ର ଲାଇଟ ଜଳିଥିଲା। ସଭାସ୍ଥଳ ଅନ୍ଧାର ହୋଇଯିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେ କହିଥିଲେ, ସୁନ୍ଦର ଯେତିକି, ଅନ୍ଧାର ସେତିକି। ରାଷ୍ଟ୍ରପତିଙ୍କ ଭାଷଣ ବେଳେ ୯ ମିନିଟ ଲାଇଟ କଟିଯାଇଥିବା ମାନିଛି ସୂଚନା ଓ ଲୋକ ସଂପର୍କ ବିଭାଗ। ଏଭଳି ଅନିଚ୍ଛାକୃତ ତ୍ରୁଟି ପାଇଁ ଆମେ ଦୁଃଖିତ। ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଅନ୍ତିମ ଦିନଥିଲା । ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି।






More Stories
ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା…..
TET କ୍ଲିୟର କରିବାକୁ ନିର୍ଦ୍ଦେଶ…..
ଗ୍ୟାସ୍ ଟ୍ରାଜେଡି:ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୭ କୁ ବୃଦ୍ଧି,୧୦ ଲକ୍ଷ ସହାୟତା ରାଶି ଘୋଷଣା…..