ରିପୋର୍ଟ କାର୍ଡ / ଭୁବନେଶ୍ବର
ବିଜେଡିରୁ ଇସ୍ତଫା ଦେଲେ ବରଗଡ଼ ଜିଲ୍ଲା ସଭାପତି ତଥା ପୂର୍ବତନ ସାଂସଦ ପ୍ରଭାସ ସିଂ | ସେ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି। ଆଜି ନବୀନନିବାସ ଆସି ନିଜର ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଦେଇଛନ୍ତି। ଚଳିତ ନିର୍ବାଚନରେ ବରଗଡ଼ ଲୋକସଭା ପ୍ରାର୍ଥୀ ହେବା ଲାଗି ବିଜେଡି ଟିକେଟ ପାଇଁ ଆଶାୟୀ ଥିଲେ। ହେଲେ ଦଳ ତାଙ୍କ ବଦଳରେ ପରିଣୀତା ମିଶ୍ରଙ୍କୁ ବରଗଡ଼ ଲୋକସଭା ଟିକେଟ ଦେଇଥିଲା। ଏହାକୁ ନେଇ ଅସନ୍ତୁଷ୍ଟ ଥିଲେ ପ୍ରଭାସ ସିଂ। ପ୍ରଭାସ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ବରଗଡ଼ ଜିଲ୍ଲାର ବିଜେଡି ସାଂସଦ ଥିଲେ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….