ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ଭାବେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଶପଥ ନେଇଛନ୍ତି | ମଙ୍ଗଳବାର ରାଜଭବନର ନ୍ୟୁ ଅଭିଷେକ ହଲ୍ଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି ଶ୍ରୀ ଜେନାଙ୍କୁ ଓଇଆରସିର ଅଧ୍ୟକ୍ଷ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶ୍ରୀ ଜେନା ପୂର୍ବରୁ ଓଡ଼ିଶା ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ତଥା ମୁଖ୍ୟ ଶାସନ ସଚିବ ଭାବେ ଦକ୍ଷତାର ସହ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ। ଶପଥ ପାଠ ଗ୍ରହଣ ସମାରୋହରେ ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ୍ବିଏସ୍ ରାଜପୁତଙ୍କ ସମେତ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗୀୟ ଶାସନ ସଚିବ ତଥା ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।






More Stories
୨୪ ରେ ବାରବାଟୀ ଟି-୨୦……
ଦୁଇ ଦିନ ସରକାରୀ କାର୍ଯ୍ୟାଳୟ ବନ୍ଦ…..
ବଢ଼ିବନି ବିଧାୟକଙ୍କ ଦରମା !…..