ରିପୋର୍ଟ କାର୍ଡ / ଭୁବନେଶ୍ୱର
ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ ବ୍ରହ୍ମପୁର JMFC ରୁରାଲ କୋର୍ଟ ଦୋଷମୁକ୍ତ କରିଛନ୍ତି। ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ପ୍ରଦୀପ ଟଙ୍କା ନେଇଥିବା ଅଭିଯୋଗ କରି ୫ ଜଣ ଥାନାରେ ମାମଲା ଦାଏର କରିଥିଲେ। ୪ଟି ମାମଲାରେ ପ୍ରଦୀପ ପାଣିଗ୍ରାହୀ ଏକୁଟିଆ ମୁଦାଲା ଥିବା ବେଳେ ଅନ୍ୟମାମଲାରେ ଆକାଶ ପାଠକ ଓ ଅଭୟ ପାଠକ ବି ମୁଦାଲା ଥିଲେ। ଏନେଇ ଗୋଳନ୍ଥରା ଥାନାରେ ୪ଟି ଓ ବୈଦ୍ୟନାଥପୁର ଥାନାରେ ଗୋଟିଏ ମାମଲା ହୋଇଥିଲା। ମଙ୍ଗଳବାର ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଓ ଗୋଳନ୍ଥରା ଥାନାରେ ଥିବା ଦୁଇଟି ଠକେଇ ମାମଲାର ଶୁଣାଣି ହୋଇଥିଲା।






More Stories
ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର କିରାଣୀ…..
୨ ପର୍ଯ୍ୟଟକ ମୃତ…..
ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ…..