ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସକୁ ଫେରିବା ନେଇ ପରୋକ୍ଷରେ ଇସାରା ଦେଲେ ଡା. ପ୍ରଫୁଲ୍ଲ ମାଝୀ। ସେ କହିଛନ୍ତି, ଅନେକ ପ୍ରତିଶ୍ରୁତି ଦେଇ ବିଜେଡି ମୋତେ ଦଳରେ ସାମିଲ କରିଥିଲା। ହେଲେ କୌଣସି ପ୍ରତିଶ୍ରୁତି ବିଜେଡି ରଖିଲା ନାହିଁ। ଲୋକଙ୍କ କାମ ପାଇଁ କଂଗ୍ରେସ ଛାଡ଼ି ବିଜେଡି ଆସିଥିଲି। ମାତ୍ର ତାହା ଯଦି ହୋଇ ନ ପାରିଲା ଏହି ଦଳରେ କାହିଁକି ରହିବା। ବିଜେଡିକୁ ନେତା ନ ଚଳାଇ ଆଉ ଜଣେ ଚଳାଇଲେ ଧ୍ବଂସ ହୋଇଯିବ। ଏହି ଦଳର ଭବିଷ୍ୟତ କିଛି ନାହିଁ, ଫୋନ କଲେ ଉଠାନ୍ତି ନାହିଁ। ଭକ୍ତ ଦାସଙ୍କ ପାଖରେ ଦକ୍ଷତା ଅଛି, ଦଳକୁ ପୁର୍ନଜୀବିତ କରିପାରିବେ। ଘରକୁ ଫେରିବି ନ ଫେରିବି ଏବେଠୁ କହିପାରିବି ନାହିଁ।






More Stories
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା…..
ଶିଶୁ ବାଟିକା ପିଲାଙ୍କୁ ମାଗଣା ପୋଷାକ…..
ଯୁକ୍ତ ୨ ପରୀକ୍ଷା ପାଇଁ ସ୍ବତନ୍ତ୍ର ନିୟମାବଳୀ…..