ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି । ଗତ ନିର୍ବାଚନରେ କଟକ ବାରବାଟୀରୁ ସେ ପ୍ରାର୍ଥୀ ହୋଇଥିଲେ । ନିଜ ଇସ୍ତଫା ପତ୍ରରେ ପ୍ରକାଶ କହିଛନ୍ତି ଯେ, ମୁଁ ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ବାସ ରଖେ । ଜନସାଧାରଣଙ୍କ ସମସ୍ୟା, ବିକାଶ ଓ ସଂଗଠନ ସହ ଜଡିତ ରହିଛି, ଏଣୁ ମୁଁ ଏଭଳି ନିଷ୍ପତ୍ତି ନେବାକୁ ଉଚିତ ମଣିଲି। ଟାଙ୍ଗୀ-ସାଲେପୁର ଲୋକଙ୍କ ସହ ୨୫ ବର୍ଷ ହେଲା ଯୋଡିହୋଇ ରହିଛି, ଆଗାମୀ ଦିନରେ ମଧ୍ୟ ସେମାନଙ୍କ ଋଣ ସୁଝିବାକୁ ଚେଷ୍ଟା କରିବି ବୋଲି ସେ କହିଛନ୍ତି । ନର୍ବାଚନ ପୂର୍ବରୁ ବିଜେଡିକୁ ଆସି ସେ କଟକ-ବାରବାଟୀ ଆସନରୁ ଟିକେଟ ହାତେଇଥିଲେ। ୨୦୧୪ରେ ସାଲେପୁରରୁ କଂଗ୍ରେସ ଟିକେଟ୍ରେ ଜିତିଥିଲେ। ପରେ କଂଗ୍ରେସରୁ ବିଜେପି ଯାଇ ସେଠୁ ବିଜେଡିକୁ ଯାଇଥିଲେ ପ୍ରକାଶ ।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..