ରିପୋର୍ଟ କାର୍ଡ / କଟକ
ପ୍ରକାଶ ପାଇଲା ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଫଳ । ପ୍ରଥମ ଥର ପାଇଁ ବିନା ପରୀକ୍ଷାରେ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଯାହାକି ବୋର୍ଡ ଇତିହାସରେ ରେକର୍ଡ। ଚଳିତ ବର୍ଷ ପାସ୍ ହାର ୯୭.୮୯ ପ୍ରତିଶତ ରହିଛି। ମୋଟ୍ ୫,୭୪,୧୨୫ ପିଲାଙ୍କ ମଧ୍ୟରୁ ୫, ୬୨, ୦୧୦ ପାସ୍ କରିଛନ୍ତି। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ପରୀକ୍ଷା ରେଜଲ୍ଟ ଘୋଷଣା କରିଛନ୍ତି। ଅପରାହ୍ନ ୪ଟା ବେଳେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଥିଲା। ସେହିଭଳି ସନ୍ଧ୍ୟା ୬ଟା ପରଠାରୁ ୨ଟି ୱେବସାଇଟ୍ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଓ୍ଵେବସାଇଟ୍ bseodisha.in ଓ bseodisha.nic.inରେ ଉପଲବ୍ଧ ହେବ ରେଜଲ୍ଟ ହେବ । ଅନ୍ୟପଟେ SMS ମାଧ୍ୟମରେ ମଧ୍ୟ ଛାତ୍ରଛାତ୍ରୀ ପରୀକ୍ଷାଫଳ ପାଇପାରିବେ । ଏଥିପାଇଁ OR01 <Space> Roll No ଲେଖି 5676750କୁ SMS ପଠାଇବାକୁ ହେବ । ସେପଟେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..