ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ। ସ୍ୱାଧିନୋତ୍ତର ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ | କିନ୍ତୁ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ଥିଲେ ସାରଳା ଦେବୀ | ଆଜି ଏନେଇ ଗୃହରେ ଉପ ବାଚସ୍ପତି ବିଧିବଦ୍ଧ ଭାବେ ଘୋଷଣା କରିଥିଲେ। ତାପରେ ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରମିଳା ମଲ୍ଲିକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିରୋଧୀ ବିଜେପି ପକ୍ଷରୁ ମୁଖ୍ୟ ସଚେତକ ମୋହନ ମାଝି ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ନୂତନ ବାଚସ୍ପତିଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……