ରିପୋର୍ଟ କାର୍ଡ / ଭୁବନେଶ୍ବର
ବରିଷ୍ଠ ବିଜେଡି ବିଧାୟିକା ତଥା ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ବିଧାନସଭାର ବାଚସ୍ପତି ପଦ ଲାଗି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏଥିପାଇଁ ସେ ରାଜସ୍ବ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଥିଲେ। ଗତକାଲି ବିଜେଡି ତରଫରୁ ତାଙ୍କୁ ପ୍ରାର୍ଥୀ ଭାବେ ବିଧିବଦ୍ଧ ଘୋଷଣା କରାଯାଇଥିଲା। ଯେହେତୁ ଆଉ କୌଣସି ଦଳ ପ୍ରାର୍ଥୀ ଦେଉନାହାନ୍ତି, ତେଣୁ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ଶ୍ରୀମତୀ ମଲ୍ଲିକ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..