Report Card Odisha

| Daily Odia News

ସଂସ୍କୃତି ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର କୁଳପତି ହେଉଛନ୍ତି ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ | ପୂର୍ବରୁ ସେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ପ୍ରଫେସରଥିଲେ | ଆଜି ରାଜ୍ୟପାଳ ଏବଂ ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତିନି ବର୍ଷ ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ଭାବରେ ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁଙ୍କୁ ନିଯୁକ୍ତ କରିଛନ୍ତି। ପ୍ରଫେସର ସ୍ବାଇଁଙ୍କର ୩୧ ବର୍ଷର ଶିକ୍ଷାଦାନ ଅଭିଜ୍ଞତା ଅଛି। ସେ ଦଶଟି ପୁସ୍ତକ ରଚନା କରିଛନ୍ତି ଏବଂ ସଫଳତାର ସହିତ ଦୁଇ ଡିଲିଟ୍, ୧୫ ପିଏଚଡି ଏବଂ ୫୬ ଏମଫିଲ୍ ସ୍କଲାରମାନଙ୍କୁ ଗାଇଡ୍ କରିଛନ୍ତି।

Breaking News