ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇଛି | ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରିଛି ପୋଲିସ । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି | ଗତକାଲି ଅପରାହ୍ନରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଓ ତାଙ୍କ ପତ୍ନୀ ଭୋଟ୍ ଦେବା ପାଇଁ କାଉଁରିପାଟଣା ବୁଥରେ ପହଞ୍ଚିଥିଲେ। ଏହାର କିଛି ସମୟ ପରେ ଇଭିଏମକୁ ଫିଙ୍ଗାଫୋପଡ଼ା କରାଯାଇଥିବା ନେଇ ଅଭିଯୋଗ ଉଠିଥିଲା। ଏହି ଘଟଣାରେ ପୋଲିସ ବେଗୁନିଆରୁ ବିଧାୟକଙ୍କୁ ଉଠାଇ ନେଇ ଖୋର୍ଦ୍ଧା ରିଜର୍ଭ ପୋଲିସ କ୍ୟାମ୍ପସରେ ଅଟକ ରଖିଥିଲା। ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।






More Stories
୩ ରଥ ଦକ୍ଷିଣ ମୋଡ…..
ଓଡିଶାରେ କରୋନା ଆକ୍ରାନ୍ତ ଚିହ୍ନଟ…..
ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେସନ ବନ୍ଦ……