ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି । ଆଜି ବାଣପୁର ଆସିଷ୍ଟାଣ୍ଟ ସେସସ୍ ଜଜ୍ ଜାମିନ ଖାରଜ କରିଥିବା ସୂଚନା ମିଳିଛି । ଲୋକ ଓ ପୋଲିସଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ଜାମିନ୍ ଆବେଦନ ଖାରଜ ହୋଇଛି । ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ତେବେ ଗତ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ତାଙ୍କ ଚାରିଚକିଆ ଗାଡ଼ିକୁ ଭିଡ଼ ଭିତରକୁ ପୁରାଇ ଦେଇଥିଲେ। ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୫ ଜଣ ଆହତ ହୋଇଥିଲେ। ତେବେ ଏହି ଘଟଣା ପରେ ଉତ୍ତ୍ୟକ୍ତ ଜନତା ବିଧାୟକଙ୍କୁ ମାଡ଼ ମାରି ବାସହିତ ଗାଡ଼ିକୁ ବାଡ଼େଇ ଭାଙ୍ଗିଦେଇଥିଲେ। ତାଙ୍କୁ ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ସୁସ୍ଥ ହେବାପରେ ପୋଲିସ ତାଙ୍କୁ ଗିରଫ କରିଥିଲା |






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..