ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର କଂଗ୍ରେସରେ ସାମିଲ ହେବେ କି ନାହିଁ, ତା’କୁ ନେଇ ସସପେନ୍ସ ଜାରି ରହିଥିଲା ।ଆଜି କଂଗ୍ରେସରେ ଯୋଗ ଦେବାକୁ ମନା କଲେ ପ୍ରଶାନ୍ତ କିଶୋର। ଏ ନେଇ କଂଗ୍ରେସ ମୁଖପାତ୍ର ରଣଦୀପ ସୂର୍ଯଓ୍ବୋଲା ଟୁଇଟ୍ କରି ସୂଚନା ଦେଇଛନ୍ତି । ଦଳରେ ସାମିଲ ହେବାକୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ପ୍ରସ୍ତାବ ଦେଇଥିଲେ। ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ଗ୍ରହଣ କରାଯିବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିଲା। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ବରିଷ୍ଠ ନେତାମାନଙ୍କ ସହ ଏକ ବୈଠକରେ ଏକାଠି ହୋଇଥିଲେ। ପ୍ରଶାନ୍ତ କିଶୋରଙ୍କ ଯୋଗଦାନ ଏବଂ ସେ ଦେଇଥିବା ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା ହୋଇଥିଲା।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..