ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା ୨୧ ତାରିଖରେ OSWAN ପ୍ଲାଟଫର୍ମରେ ବୈଠକ ଅନୁଷ୍ଠିତ ହେବାକୁ ଥିବା ବେଳେ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କୁ ଚିଠି ଲେଖି ଅବଗତ କରାଯାଇଛି । ରାଜ୍ୟ ନିର୍ବାଚନ ଆୟୋଗର ସ୍ୱତନ୍ତ୍ର ଅଧିକାରୀଙ୍କ ଦ୍ବାରା ଜାରି କରାଯାଇଥିବା ଚିଠି ଅନୁସାରେ, ବୈଠକରେ ଡୋର୍ ଟୁ ଡୋର୍ (D2D) ସର୍ଭେ ଉପରେ ଆଲୋଚନା ହୋଇପାରେ । ବୈଠକରେ ୨୦୨୨ ମସିହାର ସହରାଞ୍ଚଳ ସ୍ଥାନୀୟ ସଂସ୍ଥା ନିର୍ବାଚନ ସମ୍ବନ୍ଧୀୟ DC ବିଲ୍ ଓ ୟୁଟିଲାଇଜେସନ ସାର୍ଟିଫିକେଟ୍ ଉପରେ ମଧ୍ୟ ଆଲୋଚନା ହୋଇପାରେ । ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଇଲେକ୍ଟୋରାଲ ରେଜିଷ୍ଟ୍ରେସନ ଅଫିସର, ସହକାରୀ ଇଲେକ୍ଟୋରାଲ ରେଜିଷ୍ଟ୍ରେସନ ଅଫିସ ଯୋଗ ଦେବା ନେଇ ସୂଚନା ରହିଛି ।






More Stories
ମୋଦୀଙ୍କ ହାତରେ ଦେଶ ଆଜି ସୁରକ୍ଷିତ…..
ମଧୁ ବାବୁ ପେନ୍ସନ୍ ଯୋଜନାର ଆବେଦନ ଯାଞ୍ଚ ପାଇଁ ନିର୍ଦ୍ଦେଶ…..
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……