ରିପୋର୍ଟ କାର୍ଡ / ଭୁବନେଶ୍ୱର
ଫେବୃଆରୀ ୧୯ ରେ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ | ଏହା ପୂର୍ବରୁ ଜିଲ୍ଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଶାନ୍ତିଶୃଙ୍ଖଳାର ସହିତ ସମସ୍ତ କାର୍ଯ୍ୟକ୍ରମ ଓ ସୁରକ୍ଷା ବ୍ୟବସ୍ଥା ନେଇ ଏହି ବୈଠକରେ ଆଲୋଚନା କରାଯାଇଛି । ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇଥିବା ସୂଚନା ଦେଇଛନ୍ତି ଏସପି ଓ ଜିଲ୍ଲାପାଳ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ୪୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ ହେବେ । ବିଭିନ୍ନ ସ୍ଥାନରେ ୨୦୦ ଅଧିକାରୀ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ । ନୀତିକାନ୍ତି ଓ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ନକରିବାକୁ ମଠ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..